ପୁରୀ ୧୫/୭ (ଏ.ପି ନିୟୁଜ):ଓଡ଼ିଶାରେ ପର୍ଯ୍ୟଟକଙ୍କ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ଏବଂ ରାଜ୍ୟକୁ ଏକ ନିରାପଦ ପର୍ଯ୍ୟଟନସ୍ଥଳୀ ଭାବେ ଗଢ଼ିତୋଳିବା ଦିଗରେ ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବା ଏବଂ ଜାତୀୟ ଜଳକ୍ରୀଡ଼ା ସଂସ୍ଥାନ ର ମିଳିତ ସହଯୋଗରେ ଆଜି ପୁରୀଠାରେ ‘ସୁରକ୍ଷିତ ପର୍ଯ୍ୟଟକ ଅଭିଯାନ’ର ଶୁଭାରମ୍ଭ କରାଯାଇଛି। ଏହି କାର୍ଯ୍ୟକ୍ରମରେ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ପର୍ଯ୍ୟଟନ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ବଲୱନ୍ତ ସିଂ, ନିର୍ଦ୍ଦେଶକ ଶ୍ରୀ ଦୀପଙ୍କର ମହାପାତ୍ର, ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବାର ମହାନିର୍ଦ୍ଦେଶକ ଡକ୍ଟର ସୁଧାଂଶୁ ଷଡ଼ଙ୍ଗୀ ଏବଂ ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବାର ମହାନିରୀକ୍ଷକ ଡକ୍ଟର ଉମାଶଙ୍କର ଦାଶ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ। ଏହାସହ NIWS ର ବରିଷ୍ଠ ଅଧିକାରୀ ଏବଂ ଅନ୍ୟାନ୍ୟ ପ୍ରମୁଖ ଅଂଶୀଦାରମାନେ ମଧ୍ୟ ଏହି ଅବସରରେ ଉପସ୍ଥିତ ଥିଲେ।ଏହି ଅବସରରେ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ବୃତ୍ତିଗତ ଭାବେ ତାଲିମପ୍ରାପ୍ତ ଲାଇଫ୍ଗାର୍ଡ (ଜୀବନ ରକ୍ଷକ) ମାନଙ୍କୁ ସରକାରୀ ଲାଇସେନ୍ସ ପ୍ରଦାନ କରିଥିଲେ। ଆନ୍ତର୍ଜାତୀୟ ମାନଦଣ୍ଡ ଅନୁଯାୟୀ ସଫଳତାର ସହ ଜୀବନରକ୍ଷା ତାଲିମ ସମାପ୍ତ କରିଥିବା ଏହି ଲାଇଫ୍ଗାର୍ଡମାନେ ଓଡ଼ିଶାର ସମୁଦ୍ର ଉପକୂଳ ଏବଂ ଆଭ୍ୟନ୍ତରୀଣ ଜଳାଶୟଗୁଡ଼ିକରେ ପର୍ଯ୍ୟଟକ ତଥା ସ୍ଥାନୀୟ ଲୋକଙ୍କ ସୁରକ୍ଷା ପାଇଁ ନିୟୋଜିତ ହେବେ।
ପର୍ଯ୍ୟଟନ ସ୍ଥଳୀ ଓ ସମୁଦ୍ର କୂଳରେ ପର୍ଯ୍ୟଟକଙ୍କ ସୁରକ୍ଷା ପାଇଁ ଆରମ୍ଭ ହେଲା ‘ସୁରକ୍ଷିତ ପର୍ଯ୍ୟଟକ ଅଭିଯାନ












Leave a Reply